କରଞ୍ଜିଆ (ସତ୍ୟବ୍ରତ ବେହେରା): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ତାଟ ବିଉଁରିଆ ମନ୍ଦିର ନିକଟରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସତ୍ୟବାନ ସାହୁ। ତାଙ୍କ ଘର ସେହି ତାଟ ବିଉଁରିଆ ଗାଁରେ।
ଆଜି ସକାଳେ ସତ୍ୟବାନ ତାଟ ତଳ ଛକରୁ ଜଳଖିଆ ନେଇ ଦ୍ରୁତ ଗତିରେ ନିଜ ଗାଁକୁ ଫେରୁଥିଲେ। ଏହି ସମୟରେ ତାଙ୍କ ବାଇକ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଘଟଣାସ୍ଥଳରେ ହିଁ ସତ୍ୟବାନଙ୍କ ମୃତ୍ୟୁ ଘଟିଥିଲା।
ଦୁର୍ଘଟଣା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ଦ୍ରୁତଗତି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପ୍ରତକ୍ଷ୍ୟଦର୍ଶୀ କହିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଡାକ୍ତରଖାନାକୁ ପଠାଇଛି।
from Odisha Reporter https://ift.tt/2RTKbNP
No comments:
Post a Comment