ଟ୍ରକ୍‌ ପଛରେ ପିଟି ହେଲା ଆମ୍ବୁଲାନ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 4, 2019

ଟ୍ରକ୍‌ ପଛରେ ପିଟି ହେଲା ଆମ୍ବୁଲାନ୍ସ

ଯାଜପୁର(ଅଜୟ ପତି): ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ଦଳା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ ପିଟି ହେଲା ୧୦୮ ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଚାଳକଙ୍କ ସମେତ ମୃତ ମହିଳାଙ୍କ ୮ ମାସର ଶିଶୁ ପୁତ୍ର ଗୁରୁତର ଆହତ ହୋଇଛି।

ଉଭୟଙ୍କୁ ପ୍ରଥମେ ଯାଜପୁର ରୋଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ  କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ମହିଳା ଓ ଗୁରୁତର ଶିଶୁଟିର ପରିଚୟ ମିଳିପାରି ନାହିଁ। ସୂଚନା ମୁତାବକ ଆମ୍ବୁଲାନ୍ସଟି ପାଣିକୋଇଲି ପଟୁ ଯାଜପୁର ରୋଡ଼ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2rVoF0t

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages