ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 26, 2019

ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ଏମ୍. ଭେଙ୍କୟା ନାଇଡୁ । ଆଜି ସକାଳ ୯ଟା ୧୫ରେ ଉପରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକ୍ୟାପଟର ଯୋଗେ ବଲାଙ୍ଗିରରେ ପହଞ୍ଚିବେ । ସେଠାରୁ ବାଇ ରୋଡ ବଲାଙ୍ଗିର ଉପକଣ୍ଠ ବରକାନୀ ଯିବେ । ଦିନ ପ୍ରାୟ ସାଢେ ୯ଟାରେ ବିପିସିଏଲ୍‌ ବଟଲିଂ ପ୍ଲାଣ୍ଟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ଉପରାଷ୍ଟ୍ରପତି ।

ଏହାପରେ  ଉପରାଷ୍ଟ୍ରପତି ବାଇରୋଡ ବଲାଙ୍ଗିରର ଗାନ୍ଧି ଷ୍ଟାଡିୟମ ଯିବେ । ସେଠାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବଲିର ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ଏକ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଏମ୍.ଭେଙ୍କୟା ନାଇଡୁ ଯୋଗ ଦେଉଥିବା ବେଳେ ଉଦ୍‌ଯାପନୀ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩୦ ପ୍ଳାଟୁନ ପୁଲିସ୍‌ ଫୋର୍ସକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।



from Odisha Reporter https://ift.tt/2MxsobY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages