୨୦ ଫୁଟ୍‌ ତଳକୁ ଖସିଲା ଅଟୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 24, 2019

୨୦ ଫୁଟ୍‌ ତଳକୁ ଖସିଲା ଅଟୋ

କଲ୍ୟାଣସିଂହପୁର (ମାଉଡି ବାରିକ): ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର କୁସୁମଘାଟିରେ ଗତକାଲି ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ କୁସୁମଘାଟିରେ ୨୦ ଫୁଟ୍ ତଳକୁ ଖସିପଡ଼ିବାରୁ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ସାତ ଜଣ ଆଶାକର୍ମୀ ଗୁରୁତର ଆହତ ହୋଇଛନ୍ତି।
ସେମାନଙ୍କୁ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତ ଅଟୋ ଡ୍ରାଇଭରର ନାଁ ଯୁଧିଷ୍ଠିର ନାୟକ।

ଗତକାଲି ରାତିରେ ଏହି ଆଶାକର୍ମୀମାନେ ମାଣ୍ଡିବିଶୀ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ବୈଠକ ସାରି ଅଟୋ ଯୋଗେ ମିନାଖୁଣ୍ଟି ଗାଁକୁ ଫେରୁଥିଲେ। ଏହି ସମୟରେ କୁସୁମଘାଟିରେ ଅଟୋଟି ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳକୁ ଖସି ପଡ଼ିଥିଲା। ଘଟଣାସ୍ଥଳରେ ଯୁଧିଷ୍ଠିରଙ୍କ ମୃତ୍ୟୁ ଘଟିଥିବା ବେଳେ ସାତ ଜଣ ଆଶାକର୍ମୀ ଆହତ ହୋଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/377Tr5r

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages