ଯୌତୁକ ଲାଗି ବଧୂ ହତ୍ୟା ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 22, 2019

ଯୌତୁକ ଲାଗି ବଧୂ ହତ୍ୟା ଅଭିଯୋଗ

ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍‌ କୁକିଆ ଗାଁରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ପ୍ରିୟବ୍ରତୀ ମହାଳିକ।

ଆଜି ସକାଳେ ପାଇଖାନା ଭିତରୁ ପ୍ରିୟବ୍ରତୀଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ପୁଲିସ୍ ଶବକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ୍ କହିଛି।

ଅନ୍ୟପକ୍ଷରେ ପ୍ରିୟବ୍ରତୀଙ୍କ ବାପା ତାଙ୍କ ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣିଛନ୍ତି। ଯୌତୁକ ପାଇଁ ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଏ ନେଇ ସେ ଉଲୁଣ୍ଡା ଥାନାରେ ଏତଲା ଦେଇଛନ୍ତି। ତାଙ୍କ ଏତଲା ଆଧାରରେ ପୁଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ୪ ବର୍ଷ ତଳେ ବୀରମହାରାଜପୁର ବ୍ଲକ୍‌ ଟେଭାପଦର ଗାଁର ବନମାଳି ମହାଳିକଙ୍କ ଝିଅ ପ୍ରିୟବ୍ରତୀ କୁକୁଆ ଗାଁର ବାବୁଲା ତରିଆଙ୍କୁ  ବିବାହ କରିଥିଲେ।



from Odisha Reporter https://ift.tt/377zZG9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages