‘ହାଇଦ୍ରାବାଦରେ ଯାହା ହୋଇଛି, ଉଚିତ ହୋଇଛି’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 6, 2019

‘ହାଇଦ୍ରାବାଦରେ ଯାହା ହୋଇଛି, ଉଚିତ ହୋଇଛି’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ହାଇଦ୍ରାବାଦ ଦୁଷ୍କର୍ମ ଘଟଣାରେ ଶାମସାବାଦ ପୁଲିସ୍‌ ଏନ୍‌କାଣ୍ଟରରେ ୪  ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ତେବେ ପୁଲିସ୍‌ର ଏହି ଏନ୍‌କାଉଣ୍ଟରକୁ ଆଇନ ମନ୍ତ୍ରୀ ପ୍ରତାପ ଜେନା ସମର୍ଥନ କରିଛନ୍ତି।

ସେ କହିଛନ୍ତି,“ ସେମାନେ ବହୁତ ବଡ଼ ଦୋଷୀ, କଠୋର ଦଣ୍ଡ ଦରକାର ଥିଲା। ଏନେଇ ମାନବାଧିକାର କମିଶନ କ’ଣ କହିବେ ମୁଁ ଜାଣିନାହିଁ। ଏଭଳି ଅପରାଧ ପ୍ରତି ଅନ୍ୟ ଦେଶରେ କଠୋର ଦଣ୍ଡ ଅଛି। କେଉଁଠି ଗୁଳି କରାଯାଉଛି ତ କେଉଁଠି ମୁଣ୍ଡ କାଟି ଦିଆଯାଉଛି। ଆମ ଦେଶରେ ବି କଠୋର ଆଇନ ହେବା ଉଚିତ। କେବଳ କୋର୍ଟ ଉପରେ ନିର୍ଭର କରି ଦିନ ଗଡ଼ାଇବା ଅପେକ୍ଷା, ମୁଁ ଭାବୁଛି ସେମାନଙ୍କୁ କଠୋର ଦଣ୍ଡ ମିଳିବା ଦରକାର ଥିଲା। ମୁଁ ଭାବୁଛି ହାଇଦ୍ରାବାଦରେ ଯାହା ହୋଇଛି, ଉଚିତ ହୋଇଛି। ଉଚିତ ପଦକ୍ଷେପ ନିଆଯାଇଛି ଏବଂ ସେମାନଙ୍କୁ ଦଣ୍ଡ ମିଳିଛି।”

ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ ଶାମସାବାଦଠାରେ ୨୬ ବର୍ଷୀୟ ଭେଟରିନାରୀ ମହିଳା ଡାକ୍ତରଙ୍କୁ ୪ ଜଣ ଯୁବକ ସାହାଯ୍ୟ କରିବା ନାଁରେ ଗଣଦୁଷ୍କର୍ମ କରିବା ପରେ ପୋଡ଼ି ମାରି ଦେଇଥିଲେ। ଏହାପର ଦିନ ତାଙ୍କ ମୃତଦେହ ମିଳିଥିଲା। ଏହାକୁ ନେଇ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ତୁରନ୍ତ ଏହି ଘଟଣାର ତଦନ୍ତ ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସମଗ୍ର ଦେଶରେ ଉତ୍ତେଜନା ଦେଖାଯାଇଥିଲା।



from Odisha Reporter https://ift.tt/2s3FMgI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages