୨୭ ଡିସେମ୍ୱର, ଶୁକ୍ରବାର: ଅଳସୁଆ ଅନୁଭବ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 26, 2019

୨୭ ଡିସେମ୍ୱର, ଶୁକ୍ରବାର: ଅଳସୁଆ ଅନୁଭବ କରିପାରନ୍ତି

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ।

କର୍କଟ:  ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଉପହାର ମିଳିପାରେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ଅଧିକ ପରିଶ୍ରମ କରିବେ। ବିଦେଶ ଯାତ୍ରା କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ଅଳସୁଆ ଅନୁଭବ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ମାନ-ସମ୍ମାନ ମିଳିବ।



from Odisha Reporter https://ift.tt/2Zw9KGz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages