ଘରକୁ ଫେରୁଥିବା ବେଳେ ଓଲଟିଲା ଅଟୋ, ଚାଲିଗଲା ଛାତ୍ରୀଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 6, 2019

ଘରକୁ ଫେରୁଥିବା ବେଳେ ଓଲଟିଲା ଅଟୋ, ଚାଲିଗଲା ଛାତ୍ରୀଙ୍କ ଜୀବନ

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): ସ୍କୁଲରୁ ଅଟୋରେ ଫେରୁଥିବା ବେଳେ ରାସ୍ତାରେ ଓଲଟି ପଡ଼ିଥିଲା। ଫଳରେ ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଏମିତି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଘଟିଛି। ଦୁର୍ଘଟଣାରେ ଆହତ ୪ ଜଣଙ୍କୁ ପଟ୍ଟାମୁଣ୍ଡାଇ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।

ସ୍ୱରୂପାନନ୍ଦ ସ୍ୱାଇଁ ଝିଅ ଶଭସ୍ମିତା ଔପଦା ସରସ୍ୱତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ଶ୍ରେଣୀରେ ପାଠ ପଢ଼ନ୍ତି। ସବୁ ଦିନ ପରି ଆଜି ସେ ସାଙ୍ଗମାନଙ୍କ ସହ ଅଟୋରେ ସ୍କୁଲ ଯାଇଥିଲେ। ସ୍କୁଲ ସରିବା ପରେ ଅଟୋରେ ଘରକୁ ଫେରୁଥିଲେ। ତେବେ ଗାଁ ପାଖ ଗରା ଛକରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଅଟୋ ତଳେ ଚାପି ହୋଇ ଶୁଭସ୍ମିତାଙ୍କ ମୃତ୍ୟୁ ଘଟିଥିବା ୪ ଜଣ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଅଟୋ ଚାଳକ ଫେରାର ହୋଇଯାଇଛି। ଓଭରଲୋଡ୍ ପାଇଁ ଅଟୋଟି ଓଲଟି ପଡ଼ିଥିବା ଜଣାପଡ଼ିଛି।

ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଅଟୋରେ ନିଆଁ ଲଗାଇ ଦେଇଛନ୍ତି। ଏବେ ମଧ୍ୟ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡ଼ିଛି।



from Odisha Reporter https://ift.tt/2YoQyKt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages