ବନ୍ଧୁକ ଦେଖାଇ ଲୁଟି ନେଲେ ୫୦ ହଜାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 19, 2019

ବନ୍ଧୁକ ଦେଖାଇ ଲୁଟି ନେଲେ ୫୦ ହଜାର

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ):  କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନମ୍ବର କ ଜାତୀୟ ରାଜପଥର ହଜାରୀ ଛକ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ଲୁଟ ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପେଟ୍ରୋଲ ପମ୍ପର କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରି ପ୍ରାୟ ୫୦ ହଜାର ଟଙ୍କା ନେଇ ଯାଇଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ୨ଟି ବାଇକ୍‌ରେ ୪ ଜଣ ଆସି ଉକ୍ତ ପେଟ୍ରୋଲ ପମ୍ପରେ ପହଞ୍ଚିଥିଲେ। ସେଠାରେ ତେଲ ପକାଇବାକୁ କହିବାରୁ କର୍ମଚାରୀମାନେ ମନା କରିଥିଲେ। ଏହାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା।

ଏହାପରେ ଦୁର୍ବୃତ୍ତମାନେ ସୁରକ୍ଷା କର୍ମୀଙ୍କୁ ବନ୍ଧୁକ ଦେଖା଼ଇ ଭୟଭୀତ କରିଥିଲେ। ସେଠାରୁ କ୍ୟାସ୍‌ କାଉଣ୍ଟର ଯାଇ କର୍ମଚାରୀଙ୍କୁ ମାରଧର କରିବା ସହ ଜିନିଷପତ୍ର ଫିଙ୍ଗା ଫୋପଡ଼ା କରିଥିଲେ। ଏହାପରେ ବନ୍ଧୁକ ଦେଖାଇ କାଉଣ୍ଟରରୁ ୫୦ ହଜାର ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ।

ଏ  ନେଇ ମାର୍ଶାଘାଇ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ଖବର ପାଇ ପୁଲିସ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ପମ୍ପ କର୍ମଚାରୀଙ୍କୁ ପଚରାଉଚରା ସୁଦ୍ଧା ଦୁର୍ବୃତ୍ତଙ୍କ ସମ୍ପର୍କରେ ଟେର ମିଳିପାରି ନ ଥିବା ଜଣାଯାଇଛି।



from Odisha Reporter https://ift.tt/2Z6mzr3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages