ମାଲକାନଗିରି ଜିଲ୍ଲାପାଳଙ୍କ ପିଏଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 27, 2019

ମାଲକାନଗିରି ଜିଲ୍ଲାପାଳଙ୍କ ପିଏଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ଆଜି ସତୀଗୁଡ଼ା ଡ୍ୟାମରୁ ଉଦ୍ଧାର ହୋଇଛି।

ଗତକାଲି ସନ୍ଧ୍ୟାରେ ଅଫିସ୍‌ରୁ ଘରକୁ ଫେରୁଥିବେ ବେଳେ ଦେବନାରାୟଣ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ଲୋକେ ମାଲକାନଗିରି ଥାନାରେ ଏତଲା ଦେଇଥିଲେ। ଏହାପରେ ଆଜି ସତୀଗୁଡା ଡ୍ୟାମ୍ ନିକଟରୁ ତାଙ୍କ ବାଇକ୍‌ ଓ ହେଲମେଟ୍ ମିଳିଥିଲା। ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଖୋଜାଖୋଜି କରି ଡ୍ୟାମ୍‌ରୁ ତାଙ୍କ ମୃତଦେହ ଉଦ୍ଧାର କରିଥିବା ସୂଚନା ମିଳିଛି।

କିପରି ଓ କେଉଁ ପରିସ୍ଥିତିରେ ଦେବନାରାୟଣଙ୍କ ମୃତ୍ୟୁ ଘଟିଲା, ତାହା ଏବେ ସନ୍ଦେହ ଘେରରେ ରହିଛି। ଆଜି ସକାଳେ ମାଲକାନଗିରି ଜିଲ୍ଲାପାଳ ନିଖୋଜ ଦେବନାରାୟଣଙ୍କ ପରିବାରବର୍ଗଙ୍କୁ ଭେଟି ସାନ୍ତ୍ୱନା ଜଣାଇଥିଲେ।



from Odisha Reporter https://ift.tt/2QDKIS7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages