ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କଲେ ରାଷ୍ଟ୍ରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 7, 2019

ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କଲେ ରାଷ୍ଟ୍ରପତି

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର):ପାଇକ ବିଦ୍ରୋହକୁ ୨୦୦ ବର୍ଷ ପୁରିଛି। ଏହି ଅବସରରେ ଆଜି ଖୋର୍ଦ୍ଧା ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଅବସରରେ ସେ କହିଛନ୍ତି, ବରୁଣେଇ ହେଉଛି ବୀରଭୂମି। ପାଇକମାନେ ବହୁତ ସ୍ୱାଭିମାନୀ ଥିଲେ।  ଇଂରେଜମାନଙ୍କ ବିରୋଧରେ ଲଢ଼ିଥିଲେ। ପାଇକ ବିଦ୍ରୋହର ନେତୃତ୍ୱ ନେଇଥିବା ବକ୍ସି ଜଗବନ୍ଧୁଙ୍କ ପ୍ରଶଂସା କରି ରାଷ୍ଟ୍ରପତି କହିଛନ୍ତି, ଇଂରେଜମାନେ ଏହି ବିପ୍ଲବକୁ ଦମନ କରିଥିଲେ ମଧ୍ୟ ପାଇକ ବିଦ୍ରୋହ ସ୍ମରଣୀୟ।

ଏଥିସହ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଇକ ବିଦ୍ରୋହ ସ୍ମାରକୀର ନିର୍ମାଣ ପାଇଁ ପ୍ରଶଂସା ମଧ୍ୟ କରିଥିଲେ। ସେ ଆହୁରି କହିଛନ୍ତି, ଓଡ଼ିଶା ହିଁ ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲା।  ଏହି ଅବସରରେ ସେ ଉତ୍କଳମଣି ଗୋପବନ୍ଧୁ ଦାସ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଅବଦାନକୁ ମଧ୍ୟ ଉଲ୍ଲେଖ କରିଥିଲେ।

ଆଜିର କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀଲାଲ, ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ



from Odisha Reporter https://ift.tt/2LzhDW6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages