ଭିଜିଲାନ୍ସ ଜାଲରେ ସେସୁ କନିଷ୍ଠ ଯନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 29, 2019

ଭିଜିଲାନ୍ସ ଜାଲରେ ସେସୁ କନିଷ୍ଠ ଯନ୍ତ୍ରୀ

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ସେସୁର କନିଷ୍ଠ ଯନ୍ତ୍ରୀ ଦିପ୍ତୀ ପ୍ରକାଶ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଆଜି ସକାଳେ ଦିପ୍ତୀ ପ୍ରକାଶଙ୍କ ଜଗତସିଂହପୁରସ୍ଥିତ ମଙ୍ଗଳା କଲୋନୀରେ ଥିବା ବାସଭବନ, ବିସପିତ୍ତଳସ୍ଥିତ ପୈତୃକ ଘର ଓ ଗାନ୍ଧୀ ଛକରେ ଥିବା ମାର୍କେଟ କମ୍ପ୍ଲେକ୍ସ ସମେତ ୫ଟି ସ୍ଥାନରେ ଚଢ଼ଉ କରାଯାଇଛି। ଭିଜିଲାନ୍ସ ଅଧିକାରୀ ତାଙ୍କ ବାସଭବନରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛନ୍ତି।

ଚଢ଼ଉ ଶେଷ ହୋଇ ନ ଥିବା ବେଳେ ତାଙ୍କ ଘରୁ ତିନି ଲକ୍ଷ ଟଙ୍କା ଓ ସୁନା ଗହଣା ଜବତ ହୋଇଥିବା ଜଣେ ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି। ଭିଜିଲାନ୍ସର ଦୁଇଟି ଟିମ୍‌ ଏହି ଚଢ଼ଉ କରୁଛନ୍ତି।



from Odisha Reporter https://ift.tt/2swonxE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages