ବାଇକ୍‌କୁ ପିଟିଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 13, 2019

ବାଇକ୍‌କୁ ପିଟିଲା ଟ୍ରକ୍‌

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ବ୍ରିଜ୍‌ଛକ ନିକଟରେ ୫୭ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକଙ୍କ ନାଁ ମହେଶ ପ୍ରଧାନ। ତାଙ୍କ ଘର ବୌଦ୍ଧ ଜିଲ୍ଲା ଟୁଟୁସିଙ୍ଗ ଗାଁରେ। ସେହିପରି ଗୁରୁତର ଆହତ ଯୁବକଙ୍କ ନାଁ ବିମଳ ପ୍ରଧାନ। ତାଙ୍କ ଘର ବି ଟୁଟୁସିଙ୍ଗାରେ। ତାଙ୍କୁ ବୈଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୭ଟା ବେଳେ ମହେଶ ଓ ବିମଳ ମହାନଦୀରେ ଗାଧୋଇ ବୌଦ୍ଧ ଅଭିମୁଖେ ଫେରୁଥିବା ସମୟରେ ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା। ଟ୍ରକ୍‌ଟି ସେମାନଙ୍କୁ ସାମ୍ନାରୁ ଧକ୍କା ଦେଇଥିଲା। ମହେଶ ବାଇକ୍ ଚଲାଉଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ ଦାବିରେ ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।



from Odisha Reporter https://ift.tt/35gL4E6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages