ବଢ଼ିଲା ‘ବ୍ରହ୍ମୋସ୍‌’ର ଲକ୍ଷ୍ୟଭେଦ କ୍ଷମତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 16, 2019

ବଢ଼ିଲା ‘ବ୍ରହ୍ମୋସ୍‌’ର ଲକ୍ଷ୍ୟଭେଦ କ୍ଷମତା

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଚାନ୍ଦିପୁର ଆଇଟିଆରରୁ ଆଜି ସକାଳେ ‘ବ୍ରହ୍ମୋସ୍‌’ର ସଫଳ ପରୀକ୍ଷଣ  ହୋଇଛି। ସକାଳ ୮ଟା ୪୫ରେ ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଏହି ସୁପର୍ସୋନିକ୍ କ୍ରୁଜ୍ ମିସାଇଲ୍‌ର ପରୀକ୍ଷଣ ହୋଇଥିଲା । ଏଥିରେ ଲାଇଫ୍ ଏକ୍ସଟେନ୍ସନ୍ ଟେକ୍ନୋଲଜି ବ୍ୟବହାର କରାଯାଇଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟରରୁ ୪ଶହ କିଲୋମିଟରକୁ ବୃଦ୍ଧି ପାଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ୍‌କୁ କ୍ଷେପଣାସ୍ତ୍ର ବିଧ୍ୱଂସକାରୀ ଭାବେ ବ୍ୟବହାର କରାଯାଇଥାଏ । ୮.୪ ମିଟର ଲମ୍ବ, ୦.୬ ମିଟର ଓସାର ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ୨.୫ ଟନ୍ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।



from Odisha Reporter https://ift.tt/2PVcngD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages