୩୦ରୁ ଅଧିକ ଘର ପୋଡ଼ି ପାଉଁଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 15, 2019

୩୦ରୁ ଅଧିକ ଘର ପୋଡ଼ି ପାଉଁଶ

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୦ରୁ ଅଧିକ ଘର ପୋଡ଼ି ପାଉଁଶ ହୋଇ ଯାଇଛି।

ଆଜି ସକାଳେ ଗାଁର ନୂଆଁ ସାହିରେ କୌଣସି କାରଣ ବଶତଃ ଏକ ଘରେ ନିଆଁ ଲାଗି ଯାଇଥିଲା। ଏହାପରେ ନିଆଁ ବ୍ୟାପୀ ଯାଇ ୩୦ରୁ ଅଧିକ ଘର ପୋଡ଼ି ଛାରଖାର ହୋଇଯାଇଛି। ଅଧିକାଂଶ ଘର ଚାଳ ଛପର ହୋଇଥିବାକୁ ନିଆଁ ଅତିଶୀଘ୍ର ବ୍ୟାପୀ ଯାଇଥିଲା। ନିଆଁ ଲିଭାଇବା ଲାଗି ଲୋକେ ସମୟ ପାଇ ନଥିଲେ। ଖବର ପାଇ ପୁରୁଷୋତ୍ତମପୁର ଅଗ୍ନିଶମ ବିଭାଗର ଦୁଇଟି ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲେ।

ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ନିଆଁରେ ପୋଡ଼ିଯାଇଥିବା ସମ୍ପତ୍ତିର ମଧ୍ୟ ଆକଳନ ହୋଇପାରିନାହିଁ।



from Odisha Reporter https://ift.tt/2YR85uP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages