ସମ୍ବଲପୁର( ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ଯୁଯୁମୁରା ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରକ୍ ଓ ଗ୍ୟାସ୍ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇ ୨ ଜଣ ଜୀଅନ୍ତା ଜଳି ଯାଇଥିଲେ।
ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରେ ଏଲ୍ପିଜି ଗ୍ୟାସ୍ ଥିବା ବେଳେ ତାହା ଲିକ୍ ହେଉଥିବା ଆଶଙ୍କା ଦେଖାଦେଇଛି । ଏହାକୁ ଦୃଷ୍ଟିରେ ରଖି ଆଜି ସକାଳେ ଯୁଯୁମୁରା ନିକଟରେ ଜାତୀୟ ରାଜପଥର ଉଭୟ ପାର୍ଶ୍ୱକୁ ସିଲ୍ କରି ଦିଆଯାଇଛି। ଫଳରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ସ୍ଥାନୀୟ ପୁଲିସ୍ ପହଞ୍ଚିଛନ୍ତି । ତୈଳ କମ୍ପାନୀ ଅଧିକାରୀ ମଧ୍ୟ ଘଟଣାସ୍ଥଳକୁ ଆସୁଥିବା ସୂଚନା ମିଳିଛି ।
ଗତକାଲି ରାତିରେ ଲୁହାପଥର ବୋଝେଇ ଟ୍ରକ ସହ ଗ୍ୟାସ୍ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲେ। ଧକ୍କା ହେବା ପରେ ଟ୍ରକରେ ନିଆଁ ଲାଗିଯାଇଥିଲା । ଘଟଣାସ୍ଥଳରେ ଦୁଇ ଗାଡିର କର୍ମଚାରୀ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।
from Odisha Reporter https://ift.tt/2EieO7O
No comments:
Post a Comment