ବାରବାଟୀ ଲଢ଼େଇ, ଟସ୍ ଜିତିଲା ଭାରତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 22, 2019

ବାରବାଟୀ ଲଢ଼େଇ, ଟସ୍ ଜିତିଲା ଭାରତ

କଟକ: ଆଜି ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ନିର୍ଣ୍ଣାୟକ ମୁକାବିଲା ରହିଛି। ଟସ୍ ଜିତି ଭାରତ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆର ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଦୀପକ ଚହରଙ୍କ ସ୍ଥାନରେ ନବଦୀପ ସୈନିଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ୱେଷ୍ଟଇଣ୍ଡିଜ୍‌ର ଚୂଡ଼ାନ୍ତ ଏକାଦଶ ଅପରିବର୍ତ୍ତିତ ରହିଛି। 
ତିନିମ୍ୟାଚ୍ ବିଶିଷ୍ଟ ଏହି ଦିନିକିଆ ସିରିଜ୍ ୧-୧ରେ ବରାବର ଥିବାରୁ ଆଜିର ମ୍ୟାଚ୍ ଉଭୟ ଦଳ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଛି। ଭାରତ ଏହି ମ୍ୟାଚ୍ ଜିତି କ୍ରମାଗତ ଦଶମ ଦ୍ୱିପାକ୍ଷିକ ସିରିଜ୍ ହାତେଇବାକୁ ଲକ୍ଷ୍ୟ ରଖିଛି। ଅନ୍ୟପଟେ ୱେଷ୍ଟଇଣ୍ଡିଜ୍ ମଧ୍ୟ ଚେନ୍ନାଇ ଭଳି ବାରବାଟୀ ଦିନିକିଆ ଜିତି ଭାରତକୁ ଚକମା ଦେବାକୁ ଟାର୍ଗେଟ୍ ରଖିଛି। ୱେଷ୍ଟଇଣ୍ଡିଜ୍ ଚେନ୍ନାଇରେ ଚମକପ୍ରଦ ବିଜୟ ହାସଲ କରିଥିବା ବେଳେ ଭାରତ ବିଶାଖାପାଟଣାରେ ବଡ଼ ବିଜୟ ସହ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଥିଲା। ଦ୍ୱିତୀୟ ମ୍ୟାଚରେ ରୋହିତ୍ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ବଳରେ ଭାରତ ୩୮୭ ରନର ବିଶାଳ ସ୍କୋର ଛିଡ଼ା କରିଥିଲା। ଏହା ପରେ କୁଲଦୀପ ଯାଦବଙ୍କ ହ୍ୟାଟ୍ରିକ୍ ସଫଳତା ବଳରେ ଭାରତ ଇଣ୍ଡିଜ୍ ଟିମକୁ ୨୮୦ ରନରେ ସୀମିତ ରଖିଥିଲା।


from Odisha Reporter https://ift.tt/2Q9eM7B

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages