ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିଲେ ଦମ୍ପତି, ପିଟିଦେଲା ଗାଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 4, 2019

ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିଲେ ଦମ୍ପତି, ପିଟିଦେଲା ଗାଡ଼ି

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ନିକଟ ମହିଚଲା ଛକରେ ଆଜି ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ମର୍ଣ୍ଣିଂ ଓ୍ୱାକ୍‌ରେ ଯାଇଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଚନ୍ଦ୍ରଧ୍ୱଜ ବେମାଲ ଓ କଳାବତୀ ବେମାଲ ।

ସବୁଦିନ ଭଳି ଆଜି ସକାଳୁ ମର୍ଣ୍ଣିଂ ଓ୍ୱାକ୍ କରିବାକୁ ଚନ୍ଦ୍ରଧ୍ୱଜ ଓ କଳାବତୀ ଘରୁ ଆସିଥିଲେ।  ହେଲେ ସେମାନଙ୍କ ମୃତ୍ୟୁ ଖବର ପ୍ରଚାର ହେବା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।  ଉତ୍ତ୍ୟକ୍ତ ଲୋକେ NH-26 ଅବରୋଧ କରିଛନ୍ତି । ଏହା ଫଳରେ ଭବାନୀପାଟଣା-ଜୟପୁର ରାସ୍ତାରେ ଗାଡ଼ି ଚଳାଚଳ ଠପ୍ ହୋଇ ଯାଇଛି । ଉଭୟ ପଟରେ ଶହ ଶହ ଗାଡ଼ି  ଅଟକି ରହିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।



from Odisha Reporter https://ift.tt/2sMoZiu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages