ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 7, 2019

ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ

କୋରାପୁଟ(ଓଡ଼ିଶା ରିପୋର୍ଟର): ଗର୍ଭବତୀ ହେଲେ ଦଶମ ଶ୍ରେଣୀ ଛାତ୍ରୀ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ସେବାଶ୍ରମର ଜଣେ ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ ଥିବା ଜଣାପଡିଛି। ଖବର ପାଇ ଜିଲ୍ଲା ମଙ୍ଗଳ ଅଧିକାରୀ, ଶିଶୁ ସୁରକ୍ଷା ଅଧିକାରୀ ବୁର୍ଜା ଆଶ୍ରମ ସ୍କୁଲରେ ପହଞ୍ଚି ସମ୍ପୃକ୍ତ ଛାତ୍ରୀଙ୍କ ଅଭିଭାବକ, ପ୍ରଧାନ ଶିକ୍ଷକ ଓ ବ୍ଲକ ସମ୍ପ୍ରସାରଣ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ଛାତ୍ରୀଙ୍କର ଡାକ୍ତରୀ ମାଇନା କରାଯାଇଛି। କୋରାପୁଟର ଏକ ସ୍ୱତନ୍ତ୍ର ଟିମ୍ ଗତ ୪ ତାରିଖ ଦିନ ଆଶ୍ରମରେ ପହଞ୍ଚି ସମସ୍ତ ଦଶମ ଶ୍ରେଣୀ ଛାତ୍ରୀଙ୍କ ପରୀକ୍ଷା କରିବା ପରେ ଛାତ୍ରୀ ଜଣକ ଗର୍ଭବତୀ ଥିବା ଜଣାପଡିଥିଲା। ତେବେ ପୀଡିତା କିପରି ୭ମାସର ଗର୍ଭବତୀ ହେଲେ ଏବଂ ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ କିପରି ଜାଣିପାରିଲେ ନାହିଁ, ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।



from Odisha Reporter https://ift.tt/2PnnHSK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages