ହାଟରୁ ପରିବା ଧରି ଆସୁଥିଲେ, ପିଟିଦେଲା କଣ୍ଟେନର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 14, 2019

ହାଟରୁ ପରିବା ଧରି ଆସୁଥିଲେ, ପିଟିଦେଲା କଣ୍ଟେନର

ଅନୁଗୋଳ (ବିରଜା ପ୍ରସାଦ ଦାଶ) : ଅନୁଗୋଳ ଥାନା ଛକ ଠାରେ ଏକ କଣ୍ଟେନର ଧକ୍କା ଦେବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପର୍ଶୁରାମ ରାଉତ।

ଆଜି ସକାଳେ ପର୍ଶୁରାମ ତାଙ୍କ ସ୍କୁଟିରେ ହାଟରୁ ପରିବା ଧରି ଥାନା ଛକ ଅତିକ୍ରମ କରୁଥିବା ବେଳେ ଏକ ଦ୍ରୁତଗାମୀ କଣ୍ଟେନର ତାଙ୍କୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା। ତେବେ ପୁଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ଦୁର୍ଘଟଣା ଘଟାଇଥିବା କଣ୍ଟେନରଟି କଟକରୁ ସମ୍ୱଲପୁର ଯାଉଥିଲା ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ,  ଗତ ଗୁରୁବାର ଦିନ ଦଶହରା ପଡ଼ିଆ ନିକଟରେ ଏକ ଟ୍ରକ ଧକ୍କାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିଲା।



from Odisha Reporter https://ift.tt/2RTRkxC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages