ଭିଜିଲାନ୍ସ ଜାଲରେ କିରାଣୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 4, 2019

ଭିଜିଲାନ୍ସ ଜାଲରେ କିରାଣୀ

ବୌଦ୍ଧ (ଭାର୍ଜନ ପ୍ରଧାନ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ ଶିକ୍ଷାଧିକାରୀ କାର୍ଯ୍ୟାଳୟ କିରାଣୀ ଚତୁର୍ଭୁଜ ଖମାରୀ । ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।

ହରଭଙ୍ଗା ବ୍ଳକ ଭାବପୁର ଗାଁର ନର୍ମଦା ତାଣ୍ଡିଆ ନାମ୍ନୀ ମହିଳାଙ୍କ ସ୍ୱାମୀଙ୍କର କିଛି ଦିନ ପୂର୍ବେ ମୃତ୍ୟୁ ହୋଇଥିଲା ।  ମୃତ୍ୟୁ ପରେ ସ୍ୱାମୀଙ୍କ ପେନ୍‌ସନ୍‌ ପାଇବା ପାଇଁ  ନର୍ମଦା ବାରମ୍ବାର ବ୍ଳକ କାର୍ଯ୍ୟାଳୟକୁ ଦୌଡିଥିଲେ। ତେବେ ପେନ୍‌ସନ୍‌ କରାଇଦେବା ପାଇଁ ଚତୁର୍ଭୁଜ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ନର୍ମଦା ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ । ଯୋଜନା ମୁତାବକ ନର୍ମଦା ୫ହଜାର ଟଙ୍କା ଲାଞ୍ଚ ଦେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା   ।



from Odisha Reporter https://ift.tt/2Llcb96

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages