ଗୁଳିମାଡ଼ରେ ସୂଚନା ଅଧିକାର କର୍ମୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 9, 2019

ଗୁଳିମାଡ଼ରେ ସୂଚନା ଅଧିକାର କର୍ମୀଙ୍କ ମୃତ୍ୟୁ

ବାଲିଗୁଡ଼ା (ଅଜିତ ନାୟକ):  କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ସୂଚନା ଅଧିକାର କର୍ମୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅଭିମନ୍ୟୁ ପଣ୍ଡା

ଆଜି ସକାଳେ ଅଭିମନ୍ୟୁ ନିଜ ପାତ୍ରସାହି ସ୍ଥିତ ଘର ଆଗରେ ଛିଡ଼ା ହୋଇଥିଲେ। ଏହି ସମୟରେ ଗୋଟିଏ ବାଇକ୍‌ରେ ଦୁଇ ଜଣ ଦୁର୍ବୃତ୍ତ ଆସି ତାଙ୍କ ଉପରେ ଗୁଳିମାଡ଼ କରି ଫେରାର ହୋଇ ଯାଇଥିଲେ। ତାଙ୍କ ଛାତିରେ ଗୁଳି ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବାଲିଗୁଡ଼ା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ତାଙ୍କ ବାସଭବନ ସାମ୍ନାରୁ ଖୋକା ଜବତ କରିଛି ଓ ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ପରେ ବାଲିଗୁଡ଼ା ସହରରେ ଏକପ୍ରକାର ଭୟର ବାତାବରଣ ଦେଖିବାକୁ ମିଳିଛି। ତେବେ କେଉଁଥିପାଇଁ ଅଭିମନ୍ୟୁଙ୍କୁ ହତ୍ୟା କରାଗଲା, ତାହା ସ୍ପଷ୍ଟ ହୋଇପାରିନି।



from Odisha Reporter https://ift.tt/356V9n7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages