ଆଜି ମାଘ ସପ୍ତମୀ; ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 31, 2020

ଆଜି ମାଘ ସପ୍ତମୀ; ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ(ସଞ୍ଜୟ ପତି): ଆଜି ମାଘ ସପ୍ତମୀ।  ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପରମ୍ପରା ଅନୁସାରେ ଗତକାଲି ତିନି ଠାକୁର କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିଣେଶ୍ୱର ମହାଦେବ ରାତିରେ ବିମାନ ବିଜେ କରିଥିଲେ। ମଧ୍ୟରାତ୍ରରେ ଏନଏସି ଭୋଗ ମଣ୍ଡପରେ ଭୋଗ ଖାଇଥିଲେ। ପରେ ମିଳିତ ଭାବେ ଶୋଭାଯାତ୍ରାରେ ଚନ୍ଦ୍ରଭାଗା ଗସ୍ତ କରି ବିଳମ୍ବିତ ରାତିରେ ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଞ୍ଚିଥିଲେ। ଭୋରରେ ତିନି ଠାକୁରଙ୍କ ମହାସ୍ନାନ ପରେ ଭକ୍ତମାନେ ବୁଡ଼ ପକାଇଥିଲେ।

ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗାରେ ମୋଟ ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏଥିସହ ସୁରକ୍ଷିତ ସମୁଦ୍ର ସ୍ନାନ ପାଇଁ ଏନ୍‌ଡିଆରଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀ ମୁତୟନ ହୋଇଛନ୍ତି।  ୫୦ ଲାଇଫ ଗାର୍ଡଙ୍କୁ ମଧ୍ୟ ମୁତୟନ କରାଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା, ଅସ୍ଥାୟୀ ପାଇଖାନା ନିର୍ମାଣ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୩ଟି ଅସ୍ଥାୟୀ ସ୍ୱାସ୍ଥ୍ୟ ସେବା ଶିବିର କରାଯାଇଛି।



from Odisha Reporter https://ift.tt/37R1yUM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages