କାଲିଠୁ ଘଡ଼ଘଡ଼ି ସହ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 26, 2020

କାଲିଠୁ ଘଡ଼ଘଡ଼ି ସହ ବର୍ଷା

ଭୁବେନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସମଗ୍ର ରାଜ୍ୟରେ ପାଗ ଶୁଖିଲା ରହିବ। ହେଲେ ଆସନ୍ତା ଦୁଇ ଦିନ ଧରି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ କିଛି ସ୍ଥାନରେ ଘଡ଼ଘଡ଼ି ମଧ୍ୟ ମାରିପାରେ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍‌ ରମେଶ ଗରତିଆ କହିଛନ୍ତି, ଆସନ୍ତାକାଲି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେ କହିଛନ୍ତି, “୨୯ ତାରିଖ ଦିନ ମଧ୍ୟ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମର ଧରଣର ବର୍ଷା ହେବ। ଏଥିସହ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବଜ୍ରପାତ ନେଇ ୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କଟକ, ଅନୁଗୋଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର।”

ଶ୍ରୀ ଗରତିଆ ଆହୁରି କହିଛନ୍ତି, “୩୦ ତାରିଖଠାରୁ ସାରା ରାଜ୍ୟରେ ଦୁଇରୁ ତିନି ଦିନ ଯାଏ ଘନ କୁହୁଡ଼ି ଦେଖିବାକୁ ମିଳିପାରେ। ହେଲେ ଶୀତ ଅନୁଭତ ହେବ ନାହିଁ। ଏକ ସପ୍ତାହ ପରେ ଦିନର ତାପମାତ୍ରା ବଢ଼ିବ।”



from Odisha Reporter https://ift.tt/37q8I25

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages