ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଜିଲ୍ଲା ବାରକୋଟ ଥାନା ଅନ୍ତର୍ଗତ ଖୁଲୁଣ୍ଡିପାଣି ନିକଟରେ ଆଜି ଏକ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କୁ ବଣାଇ ଓ ବାରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାରକୋଟ ଡାକ୍ତରଖାନାରେ ଭର୍ତ୍ତି ଆହତଙ୍କ ମଧ୍ୟରୁ କେତେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ‘ସାରଳା’ ନାମକ ଏହି ବସ୍‌ଟି ଆଜି ସକାଳେ ରାଉରକେଲାରୁ ଅନୁଗୋଳ ଯାଉଥିଲା। ତେବେ ୨୩ ନମ୍ବର ଜାତୀୟ ରାଜପଥରେ ଖୁଲୁଣ୍ଡିପାଣି ନିକଟରେ ଏକ ମାଲ୍‌ବାହୀ ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।



from Odisha Reporter https://ift.tt/36FMLvB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages