ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣା; ୧୮ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 10, 2020

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣା; ୧୮ ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ପରିସର ଗତକାଲି ସନ୍ଧ୍ୟାରେ କିଛି ସମୟ ପାଇଁ ମୁଖା ପିନ୍ଧି ଦୁର୍ବୃତ୍ତଙ୍କ କବଜାକୁ ଚାଲି ଯାଇଥିଲା।  ସେମାନେ ଉଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିବା ବେଳେ ବହୁ ଦୋକାନକୁ ଭାଙ୍ଗିରୁଜି ଦେଇଥିଲେ। ଏଥିରେ ଭୟଭୀତ ହୋଇ ଦୋକାନୀଙ୍କ ସମେତ ଗ୍ରାହକମାନେ ମଧ୍ୟ ଛତ୍ରଭଙ୍ଗ ଦେଇଥିଲେ। ଏହି ଘଟଣାରେ ପୁଲିସ୍ ୧୮ ଜଣଙ୍କୁ ଗିରଫ କରିଛି । ଗିରଫ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କମିଶନରେଟ୍‌ ପୁଲିସ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ୨୫ରୁ ୩୦ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାର୍କେଟ ବିଲ୍ଡିଂରେ ପସରା ମେଲାଇଥିବା ଉଠା ଦୋକାନୀଙ୍କୁ ଗୋଡାଇ ଗୋଡ଼ାଇ ପିଟିଥିଲେ। ହକିଷ୍ଟିକ, ଠେଙ୍ଗା ଓ ଭୁଜାଲି ଧରି ବେଶ୍ କିଛି ସମୟ ପୁରା ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିଲେ ଏହି ଯୁବକମାନେ। ଦୁର୍ବୃତ୍ତଙ୍କ ମାଡ଼ରେ କିଛି ଦୋକାନୀ ଆହତ ହୋଇଥିବା ବେଳେ ୧୦୦ରୁ ଅଧିକ ଦୋକାନ କ୍ଷତିଗ୍ରସ୍ତ ହୋଇଥିଲା।

ଦୁର୍ବୃତ୍ତଙ୍କ ଆତଙ୍କରାଜକୁ ଦେଖି ମାର୍କେଟରେ ଥିବା ସାଧାରଣ ଲୋକେ ଓ ଗ୍ରାହକ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ି ପଳାଇ ଯାଇଥିଲେ। ଜନବହୁଳ ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହୋଇଥିଲେ ମଧ୍ୟ ଅସାମାଜିକ ଯୁବକମାନେ ବେଶ୍ କିଛି ସମୟ ଧରି ଅରାଜକତା ଚଳାଇବା ପରେ ଘଟଣାସ୍ଥଳରୁ ଫେରାର  ହୋଇଯାଇଥିଲେ।



from Odisha Reporter https://ift.tt/2NhRRq9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages