ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 8, 2020

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହେବ। ଏହା ଏପ୍ରିଲ ୩ ଯାଏ ଚାଲିବ। ସେହିପରି ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୦-୨୦୨୧ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।

ସଂସଦୀୟ ବ୍ୟାପାରର କ୍ୟାବିନେଟ କମିଟିର ନିଷ୍ପତ୍ତି ଅନୁଯାୟୀ, ବଜେଟ ଅଧିବେଶନ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୧ ଯାଏ ଚାଲିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୨ରୁ ଆରମ୍ଭ ହୋଇ ଏପ୍ରିଲ ୩ ଯାଏ ଚାଲିବ। କେନ୍ଦ୍ର କ୍ୟାବିନେଟ ବଜେଟ ଅଧିବେଶନ ଆରମ୍ଭ କରିବାକୁ ଦେଇଥିବା ପ୍ରସ୍ତାବକୁ ରାଷ୍ଟ୍ରପତି ଅନୁମୋଦନ ଦେଇଛନ୍ତି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଫେବୃଆରୀ ୧ ଶନିବାର। ଶନିବାର ସାଧାରଣତଃ ସଂସଦର କାର୍ଯ୍ୟ ବନ୍ଦ ରହିଥାଏ। ହେଲେ ମୋଦି ସରକାର ଫେବୃଆରୀ ୧ ବଜେଟ ଉପସ୍ଥାପନ ପରମ୍ପରାକୁ ଆଗକୁ ନେବା ପାଇଁ ଏଥର ଶନିବାର ବଜେଟ ଉପସ୍ଥାପନ କରିବେ। ଶେଷଥର ପାଇଁ ୨୦୧୫ରେ ତତ୍କାଳୀନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଫେବୃଆରୀ ୧ ଶନିବାର ବଜେଟ ଉପସ୍ଥାପନ କରିଥିଲେ।



from Odisha Reporter https://ift.tt/39S78HX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages