ବୃଦ୍ଧଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 4, 2020

ବୃଦ୍ଧଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ କାଞ୍ଜିଆପାଳ ଗାଁରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ପୃଷ୍ଟି।

ସୂଚନା ଅନୁଯାୟୀ, ପୂର୍ଣ୍ଣଚନ୍ଦ୍ର ଗାଁ ନିକଟସ୍ଥ ଜମିରେ ପରିବା ଚାଷ କରିଥିଲେ। ଗତକାଲି ରାତିରେ ସେ ସେଠାକୁ ଜଗିବାକୁ ଯାଇଥିଲେ। ହେଲେ ଆଜି ସକାଳେ ଜମି ନିକଟରେ ଥିବା ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଗାଁ ଲୋକେ ଦେଖିଥିଲେ। ସେମାନେ ମୃତଦେହକୁ ପୋଖରୀରୁ ଉଦ୍ଧାର କରିଥିଲେ ଓ ପୁଲିସ୍‌କୁ ଖବର ଦେଇଥିଲେ। ପୂର୍ଣ୍ଣଚନ୍ଦ୍ରଙ୍କ ଦେହରେ ମାଡ଼ ଓ କ୍ଷତ ଚିହ୍ନ ଥିବାରୁ ତାଙ୍କୁ କେହି ପିଟି ପିଟି ହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2ZP2c1Z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages