ପରିବା ବୋଝେଇ ଟ୍ରକ୍‌ ସହ ଥଣ୍ଡା ପାନୀୟ ଟ୍ରକ୍‌ର ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 20, 2020

ପରିବା ବୋଝେଇ ଟ୍ରକ୍‌ ସହ ଥଣ୍ଡା ପାନୀୟ ଟ୍ରକ୍‌ର ଧକ୍କା

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ୱର ଜାତୀୟ ରାଜପଥର ଗୁଦୁଗୁଦା ଛକ ନିକଟରେ ଏକ ପରିବା ବୋଝେଇ ଟ୍ରକ୍ ଓ ଥଣ୍ଡା ପାନୀୟ ବୋଝେଇ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଉତ୍ତମ ସାହୁ ଓ କୁନା ମାଣିକ। ଉତ୍ତମଙ୍କ ଘର ବୌଦ୍ଧ ଜିଲ୍ଲା ଚାରିଛକରେ ଏବଂ କୁନାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ପିଚୁକୁଳିରେ। ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି। 

ସୂଚନାଅନୁସାରେ, ଏକ ଟ୍ରକ୍‌ ବରଗଡ଼ରୁ  ପରିବା ନେଇ ଆସୁଥିବା ବେଳେ ବିପରୀତ ଦିଗରୁ  ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକ୍‌ ଦ୍ରୁତ ଗତିରେ ଆସୁଥିଲା।  ଗୁଦୁଗୁଦା ଛକ ନିକଟରେ ଉଭୟ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଏଥିସହ  ଦୁଇ ଟ୍ରକ୍‌ର ହେଲପର୍‌ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକେ ଆହତ ହେଲ୍‌ପରଦ୍ୱୟଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଖବର ପାଇ ମନମୁଣ୍ଡା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/37dGvLR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages