ବାଇକ୍‌କୁ ପିଟିଲା ହାଇୱା; ବାପପୁଅ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 15, 2020

ବାଇକ୍‌କୁ ପିଟିଲା ହାଇୱା; ବାପପୁଅ ଗୁରୁତର

ବଣାଇ(ରଣଜିତ୍‌ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ଡେଙ୍ଗୁଳା ଆର୍‌ବି କଲୋନୀ ନିକଟରେ ଏକ ବାଇକ୍‌ ଓ ହାଇୱା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍ ଆରୋହୀ ସନୁ ମୁଣ୍ଡା ଓ ତାଙ୍କ ପାଞ୍ଚ ବର୍ଷର ପୁଅ ଗୁରୁତର ଆହତ ହୋଇଛନ୍ତି।

ଆଜି ସକାଳେ ସନୁ ମୁଣ୍ଡା ତାଙ୍କ ୫ବର୍ଷର ପୁଅକୁ ଧରି ବାଇକ୍‌ରେ ଆରବି କଲୋନୀରୁ ଡେଙ୍ଗୁଳା ଯାଉଥିଲେ। ଏହି ସମୟରେ ସାମ୍ନାପଟୁ ଆସୁଥିବା ଏକ ହାଇୱା ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ଏନେଇ ସ୍ଥାନୀୟ ଲୋକେ ପୁଲିସ୍‌କୁ ଖବର ଦେଇଥିଲେ।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ବାପପୁଅଙ୍କୁ କୋଇଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ସେଠାରୁ ଉଭୟଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2NuUODW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages