୪ ଜାନୁଆରୀ,ଶନିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 3, 2020

୪ ଜାନୁଆରୀ,ଶନିବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ଶରୀର ସୁସ୍ଥ ରହିବ। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ଦିନଟି ଭଲରେ କଟିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଅପରାହ୍ଣ ପରେ ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି।

ମକର: ଯାନବାହନ ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅପରାହ୍ଣଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରେ।

ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।



from Odisha Reporter https://ift.tt/2MQ1YCk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages