ସବୁଠି ଉଡ଼ିଲା ତ୍ରିରଙ୍ଗା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 25, 2020

ସବୁଠି ଉଡ଼ିଲା ତ୍ରିରଙ୍ଗା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂରା ରାଜ୍ୟରେ  ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଥିଲା। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍‌ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ବିଶେଷ ଅତିଥି ଭାବେ ଯୋଗ ଦେଇଥିଲେ। ଏଠାରେ ଅନୁଷ୍ଠିତ ପରେଡ଼ରେ ୪୮ଟି ଦଳ ଅଂଶ ଗ୍ରହଣ କରିଥିବା ବେଳେ ୧୨ଟି ପ୍ରଜ୍ଞାପନ ମେଢ଼ ମଧ୍ୟ ସାମିଲ ହୋଇଥିଲେ। ସେହିପରି ବିଭିନ୍ନ ଜିଲ୍ଲା ସଦର ମହକୁମା, ସବ୍‌ ଡିଭିଜନ୍‌, ବ୍ଲକ୍ ଓ ପଞ୍ଚାୟତ ସ୍ତରରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

କେନ୍ଦୁଝର ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଠାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ପରେଡରେ ୪୩ଟି ଦଳ ସହ ବିଭିନ୍ନ ବିଭାଗର ପ୍ରଜ୍ଞାପନ ମେଢ଼ ଅଂଶ ଗ୍ରହଣ କରିଥିଲେ। ଏଥିସହ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ବଲାଙ୍ଗିରର ମନୋହରପୁର ରିଜର୍ଭ ପୁଲିସ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ମହୋତ୍ସବରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏଠାରେ ଅନୁଷ୍ଠିତ ହୋଇଥିବା ଚିତ୍ତାକର୍ଷକ ପରେଡରେ ୪୧ ଟି ଦଳ ଭାଗ ନେଇଥିଲେ। ତେବେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିଲା ବିଭିନ୍ନ ବିଭାଗର ପ୍ରଜ୍ଞାପନ ମେଢ଼। ଏହି ଅବସରରେ ବିଭିନ୍ନ ସ୍କୁଲ ଓ କଲେଜର ୬ଟି ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। 

ଓଡ଼ିଶା ହାଇକୋର୍ଟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ପୁଲିସ୍‌ ବ୍ୟାଣ୍ଡ ଦ୍ଵାରା ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସମେତ ବିଚାର ବିଭାଗୀୟ ଅଧିକାରୀ ତଥା କର୍ମଚାରୀ ଉପସ୍ଥିତ ଥିଲେ।

କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ସାଧାରଣତନ୍ତ୍ର ଦିବସ ମହାଆଡମ୍ୱରରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଆନନ୍ଦପୁର ଷ୍ଟାଡ଼ିୟମରେ ଉପଖଣ୍ଡସ୍ତରୀୟ ପରେଡ୍‌ରେ ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ସାହୁ ଅଭିବାଦନ ଗ୍ରହଣ କରି ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।

ଗଞ୍ଜାମ ଜିଲ୍ଲା ସଦରମହାକୁମା ଛତ୍ରପୁର ଠାରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମନ୍ତ୍ରୀ ଅରୁଣ ସାହୁ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ପୁରୀ ଜିଲ୍ଲା ସ୍ପୋର୍ଟସ କମ୍ପ୍ଲେକ୍ସରେ ପଞ୍ଚାୟତରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। କଳାହାଣ୍ଡି ଜିଲ୍ଲାପାଳ ପରାଗ ଗାଭଳି ହର୍ଷଦ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବାତୁଲା ଗଙ୍ଗାଧର ଉପସ୍ଥିତ ରହିଥିଲେ। ଏଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପରେଡ୍‌ରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

ବାଲେଶ୍ୱର ଜିଲ୍ଲା ନୀଳଗିରି ଷ୍ଟାଡିୟମ ପଡ଼ିଆରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ନୀଳଗିରି ଉପଜିଲାପାଳ ହରିଶ ଚନ୍ଦ୍ର ଜେନା ଜାତୀୟ ପତକା ଉତ୍ତୋଲନ କରିଥିଲେ। ଏଠାରେ ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୩୩ଟି ଦଳ ପରେଡ୍‌ରେ ଅଂଶ ଗ୍ରହଣ କରିଥିଲେ।

ରାଉରକେଲାର ଉଦିତନଗର ପଡ଼ିଆରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଉତ୍ତରାଞ୍ଚଳ ଆର୍‌ଡିସି ଏଠାରେ ପତାକା ଉତ୍ତୋଳନ କରିବା ସହିତ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ପରେଡ୍‌ରେ ୫୦ଟି ଟ୍ରୁପ୍ ଭାଗ ନେଇଥିଲେ। ପରେଡ୍ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦାର ରିଜର୍ଭ ପୁଲିସ୍‌ ପଡ଼ିଆରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ ଏଠାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ସେ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।

 



from Odisha Reporter https://ift.tt/2Rvllnb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages