ଗଛରେ ପିଟି ହେଲା କାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 16, 2020

ଗଛରେ ପିଟି ହେଲା କାର୍‌

ଫୁଲବାଣୀ(ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଗୂଦାରୀ ଗ୍ରାମ ନିକଟରେ ଗତକାଲି  ବିଳମ୍ବିତ ରାତିରେ ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ କାର୍‌ ଡ୍ରାଇଭରଙ୍କ ସମେତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଦ୍ୱୟଙ୍କୁ ରାତିରେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ କାର୍‌ଟି ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ଘନ କୁହୁଡ଼ି ଯୋଗୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଛି । ଭାରସାମ୍ୟ ହରାଇ ଗାଡ଼ିଟି ଏକ ଗଛରେ ପିଟି ହୋଇଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ।  ସେମାନଙ୍କ ପରିଚୟ ମିଳିପାରିନାହିଁ ।



from Odisha Reporter https://ift.tt/2uXdBkW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages