ଭତ୍ତା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 19, 2020

ଭତ୍ତା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ଭତ୍ତା ଟଙ୍କା ପାଇଁ ଜଣେ ବୃଦ୍ଧ ନିଜ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତ ମହିଳାଙ୍କ ନାଁ ସେରେନ୍ତା ବେହେରା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ସ୍ୱାମୀ ଭିକାରି ବେହେରା ଫେରାର ହୋଇଯାଇଛି।

ଅଭିଯୋଗ ଅନୁସାରେ, ଗତ ୧୫ ତାରିଖରେ ସେରେନ୍ତା ପଞ୍ଚାୟତ କାର୍ଯ୍ୟାଳୟରୁ ବାର୍ଦ୍ଧକ୍ୟ ଭତ୍ତା ଧରି ଘରକୁ ଆସିଥିଲେ।  ଏହି ଭତ୍ତା ଟଙ୍କା ଦେବାକୁ  ସ୍ଵାମୀ ତାଙ୍କୁ କହିଥିଲେ।  ହେଲେ ସ୍ତ୍ରୀ ତାହା ଦେଇନଥିଲେ। ଏହି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଗତକାଲି ମଧ୍ୟ ଏହି ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ପୁଣି ଝଗଡ଼ା ହୋଇଥିଲା। ଏଥିରେ ଭିକାରି ଉତ୍‌କ୍ଷିପ୍ତ ହୋଇ କାଠ ଫାଳିଆରେ ସେରେନ୍ତାଙ୍କୁ ପିଟିବା ସହ ଛୁରୀରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗାଁ ଲୋକେ ସେରେନ୍ତାଙ୍କୁ ଗୁରୁତର ଅବସ୍ଥାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ସ୍ୱାମୀ ଫେରାର ହୋଇଯାଇଥିଲା। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2NIWSs9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages