୫୦ ବସ୍ତା କାଠ କୋଇଲା ଜବତ, ଜଣେ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 6, 2020

୫୦ ବସ୍ତା କାଠ କୋଇଲା ଜବତ, ଜଣେ ଗିରଫ

ଚୌଦ୍ୱାର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଚୌଦ୍ୱାର ଚାଉଳିଆ ପୋଲ ନିକଟରୁ ୫୦ ବସ୍ତାରୁ ଊର୍ଦ୍ଧ୍ୱ କାଠ କୋଇଲା ଜବତ କରାଯାଇଛି। ଏହି ଘଟଣାରେ ଏକ ଟାଟା ଏସି ଗାଡ଼ିକୁ ଜବତ କରାଯାଇଥିବା ବେଳେ ଡ୍ରାଇଭରକୁ ଗିରଫ କରିଛି ବନ ବିଭାଗ। ଗିରଫ ଅଭିଯୁକ୍ତଜଣଙ୍କ ହେଲେ ଗଣେଶ ଚନ୍ଦ୍ର ସେଠୀ।

ସୂଚନା ଅନୁଯାୟୀ, ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣୀ ରେଞ୍ଜରୁ ଦୀର୍ଘଦିନ ହେବ ବେଆଇନ କାଠ କୋଇଲା ଚାଲାଣ କରାଯାଉଥିବା ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ଗତକାଲି ବିଳମ୍ବିତ ରାତିରେ ଚୌଦ୍ୱାର ବନପାଳଙ୍କ ନେତୃତ୍ୱରରେ ଏକ ଟିମ୍‌ ପେଟ୍ରୋଲିଂ କରୁଥିବା ସମୟରେ ଚାଉଳିଆ ପୋଲ ନିକଟରେ ଏକ ଟାଟା ଏସି ଗାଡ଼ି ଉପରେ ଚଢ଼ଉ କରି ୫୦ ବସ୍ତାରୁ ଊର୍ଦ୍ଧ୍ୱ କାଠ କୋଇଲା ଜବତ କରିଥିଲା। ବନ ବିଭାଗ କର୍ମଚାରୀମାନେ ଡ୍ରାଇଭରକୁ ଗିରଫ କରିଥିବା ବେଳେ କୋଇଲା ବେପାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

ତେବେ ଏହି ଗାଡ଼ିରେ କାଠ କୋଇଲା ଖୁଣ୍ଟୁଣୀ ରେଞ୍ଜରୁ ଭୁବନେଶ୍ୱର ବାଳକାଟିକୁ ଚାଲାଣ କରାଯାଉଥିବା ଜଣାଯାଇଛି।



from Odisha Reporter https://ift.tt/36w7AJQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages