ଆସନ୍ତାକାଲି ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇବେ ଲକ୍ଷାଧିକ ଶ୍ରଦ୍ଧାଳୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 30, 2020

ଆସନ୍ତାକାଲି ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ଼ ପକାଇବେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ(ସଞ୍ଜୟ ପତି): ଆସନ୍ତାକାଲି ପବିତ୍ର ମାଘ ସପ୍ତମୀ। ଏହି ଦିନ ଲକ୍ଷାଧିକ ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ବୁଡ଼ ପକାଇବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ପ୍ରତିବର୍ଷ ପରି ଚଳିତ ଥର ବୁଡ଼କୁ ଶୃଙ୍ଖଳିତ କରିବାକୁ ତୀର୍ଥ ପୁଷ୍କରଣୀ ଖନନ କାର୍ଯ୍ୟ କରାଯାଇଛି। ଏହାସହ ଶ୍ରଦ୍ଧାଳୁଙ୍କ ବୁଡ଼ ପକାଇବା, ରହିବା ଏବଂ ପାର୍କିଂ ବ୍ୟବସ୍ଥା ନେଇ ବି ବନ୍ଦୋବସ୍ତ କରାଯାଇଛି। ମୁଖ୍ୟତଃ ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ, ପରିମଳ ଓ ଅସ୍ଥାୟୀ ପାଇଖାନା ନିର୍ମାଣ କରାଯାଇଛି। ଏହାସହ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୩ଟି ଅସ୍ଥାୟୀ ସ୍ୱାସ୍ଥ୍ୟ ସେବା ଶିବିର କରାଯାଇଛି।

ପ୍ରତିବର୍ଷ ମାଘ ସପ୍ତମୀରେ କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିନେଶ୍ୱର ମହାଦେବଙ୍କ ସ୍ୱତନ୍ତ୍ର ପୂଜା ପରେ ମହାସ୍ନାନ ହୋଇଥାଏ। ଏହି ଦିନରେ ବୁଡ଼ ପକାଇ ସୂର୍ଯ୍ୟ ଦେବତାଙ୍କ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।



from Odisha Reporter https://ift.tt/2UdJIau

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages