ଆଖି ପିଛୁଳାକେ ଜଳିଗଲା ୧୪ ବଖରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 21, 2020

ଆଖି ପିଛୁଳାକେ ଜଳିଗଲା ୧୪ ବଖରା

ବାସୁଦେବପୁର(କୀରିଟ ଦାସ): ଭଦ୍ରକ ଜିଲ୍ଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ଗୋଟିଏ ପରିବାରର ୧୪ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ସମେତ ତାଙ୍କର ସାତ ଭାଇ ଘରେ ଶୋଇଥିଲେ। ଗତକାଲି ବିଳମ୍ବିତ ରାତିରେ ପୁର୍ଣ୍ଣଚନ୍ଦ୍ର ଶୌଚ ହେବା ପାଇଁ ବାହାରକୁ ଉଠିଥିଲା ବେଳେ ଚାଳ ଛପର ଘରୁ ନିଆଁ ବାହାରୁଥିବା ଦେଖି ପରିବାର ଲୋକଙ୍କୁ ଡାକିଥିଲେ। ପରିବାର ଲୋକେ ନିଆଁକୁ ଲିଭାଇବାକୁ ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇ ନଥିଲେ। ଶେଷରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ସେତେବେଳକୁ ୧୪ ବଖରା ପୋଡି ପାଉଁଶ ହୋଇଯାଇଥିଲା।



from Odisha Reporter https://ift.tt/2NM5OwK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages