ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗତକାଲି ରାତିରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ବିମାନବନ୍ଦର ପରିସରରେ ଥିବା ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟି ଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି।
ମୃତ ଶ୍ରମିକଜଣକ ହେଲେ କଟକ ଜିଲ୍ଲା ବଡ଼ମ୍ବା-ନରସିଂହପୁରର ଅନ୍ତର୍ଯ୍ୟାମୀ ଗୁରୁ। ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଗାଡ଼ିର ହେଲପର୍ ଭାବେ ସେ କାମ କରୁଥିଲେ। କଂକ୍ରିଟ୍ ଅତଡ଼ା ଭିତରୁ ଗୁରୁତର ଅବସ୍ଥାରେ ଅନ୍ତର୍ଯ୍ୟାମୀଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆହତ ଵ୍ୟକ୍ତିଜଣକ ହେଲେ ନବ କିଶୋର ସ୍ୱାଇଁ। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ବିମାନବନ୍ଦରର ଟର୍ମିନାଲ୍-୧ ସହ ଟର୍ମିନାଲ୍-୨କୁ ସଂଯୋଗ କରୁଥିବା ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ି ଏହି ଦୁର୍ଘଟଣା ଘଟିଛି।
ଆହତ ହୋଇଥିବା ବ୍ୟକ୍ତିଙ୍କ କହିବା ଅନୁସାରେ, ଗତକାଲି ରାତିରେ ବିଲ୍ଡିଂ କାମ ଚାଲିଥିଲା। ଛାତ ଢଳେଇ ପରେ ୧୦ରୁ ୧୨ ଜଣ ଶ୍ରମିକ ବିଲ୍ଡିଂ କାମରେ ନିୟୋଜିତ ଥିଲେ। ଏହି ସମୟରେ ହଠାତ୍ ଛାତଟି ଭୁଶୁଡ଼ି ପଡ଼ିଥିଲା।
ଖବରପାଇ ଘଟଣାସ୍ଥଳରେ NDRF, CISF, ODRAF ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ପ୍ରାୟ ୩ରୁ ୪ ଘଣ୍ଟା ଯାଏ ଉଦ୍ଧାର କାର୍ଯ୍ୟ ଚାଲିଥିଲା। କଂକ୍ରିଟ୍ ଅତଡ଼ାକୁ ତନ୍ନତନ୍ନ କରି ଯାଞ୍ଚ କରାଯିବା ସହ ଡଗ୍ ସ୍ୱାଡ୍ ଦ୍ୱାର ସର୍ଚ୍ଚ ଅପରେସନ୍ କରାଯାଇଥିଲା।
ଦିଲ୍ଲୀପ construction ନାମକ ଏକ ସଂସ୍ଥା ଏହି ନିର୍ମାଣ କାର୍ଯ୍ୟ କରୁଥିଲା ବୋଲି ସୂଚନା ମିଳିଛି।
from Odisha Reporter https://ift.tt/2RsdqXI
No comments:
Post a Comment