ଶ୍ରମିକଙ୍କୁ ନେଇ ଯାଉଥିଲା ଗାଡ଼ି, ଓଲଟି ପଡ଼ିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 9, 2020

ଶ୍ରମିକଙ୍କୁ ନେଇ ଯାଉଥିଲା ଗାଡ଼ି, ଓଲଟି ପଡ଼ିଲା

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ଗୋଡିଖାଳ ନିକଟରେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଟାଟା ଏସି ଗାଡି ଓଲଟି ୮ ଜଣ ଆହତ ହୋଇଛନ୍ତି। ଆହତମାନେ ସମସ୍ତେ ଜଳେଶ୍ଵର ଅଞ୍ଚଳର ବୋଲି ଜଣାପଡିଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଆଜି ସକାଳେ ଜଳେଶ୍ଵର ଥାନା ପଞ୍ଚୁଘଣ୍ଟାରୁ ଏକ ଟାଟା ଏସିରେ ୨୦ଜଣ ଶ୍ରମିକ ମିକ୍ସଚର ମେସିନ ଲୋଡ କରି ଦ୍ରୁତ ଗତିରେ ଅମର୍ଦାରୋଡ ଯାଉଥିଲେ। ମାତ୍ର ଗାଡ଼ିଟି ଭାରସାମ୍ୟ ହରାଇ ଗୋଡିଖାଳ ନିକଟରେ ଓଲଟି ପଡିଥିଲା। ଫଳରେ ଗାଡ଼ିରେ ଥିବା ୨୦ଜଣଙ୍କ ମଧ୍ୟରୁ ୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବାଲେଶ୍ଵର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।



from Odisha Reporter https://ift.tt/37Tr4sc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages