ଫୁଲ ତୋଲିବାକୁ ଯାଇଥିଲେ; ଷଣ୍ଢ ମାରିଦେଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 26, 2020

ଫୁଲ ତୋଲିବାକୁ ଯାଇଥିଲେ; ଷଣ୍ଢ ମାରିଦେଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅନ୍ତର୍ଗତ ନୂଆଗାଁର ମାରୁତି ନଗର ଅଞ୍ଚଳରେ ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଭାବାନୀ ବରାଳ।

ଆଜି ସକାଳେ ଭାବାନୀ ଫୁଲ ତୋଳିବାକୁ ଯାଇଥିଲେ। ଏହି ସମୟରେ ଏକ ଷଣ୍ଢ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏନେଇ ଖବର ପାଇ ବିଏମ୍‌ସି କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣ କରିଥିବା ଷଣ୍ଢକୁ କାବୁ କରିଥିଲେ। ତେବେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା।



from Odisha Reporter https://ift.tt/2GnLVbd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages