‌ଆହୁରି ୨ ଦିନ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 6, 2020

‌ଆହୁରି ୨ ଦିନ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ବି ସମାନ ପରିସ୍ଥିତି ଦେଖିବାକୁ ମିଳିଛି।  ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ତଟୀୟ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ  ଘଡ଼ଘଡ଼ି ସହିତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ ଘଡ଼ଘଡ଼ି ଓ କୁଆପଥର ନେଇ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଏହି ଜିଲ୍ଲାଗୁଡ଼ିକ ହେଉଛି-ସମ୍ୱଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ଢେଙ୍କାନାଳ।  ୧୩ଟି ଜିଲ୍ଲାରେ  ୩୦ରୁ ୪୦ କିମି ବେଗରେ ପବନ ବୋହିବା ନେଇ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି-କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ,ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ। ତେବେ ଆକାଶରୁ ମେଘ ଦୂରେଇ ଗଲା ପରେ ଗୋଟିଏ ଦୁଇଟି ସ୍ଥାନରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।”

ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ୧୭.୦ ମିମି, ବୌଦ୍ଧରେ ୧୬.୨ ମିମି, ସୋନୁପରରେ ୬.୭ ମିମି, ଫୁଲବାଣୀରେ ୭.୬ ମିମି, କଟକ, ମୟୂରଭଞ୍ଜ ଓ ଭାବନୀ ପାଟଣାରେ ୪.୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ଅନ୍ୟପକ୍ଷରେ ରାଜ୍ୟରେ ବର୍ଷା  ନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସ୍‌ଆର୍‌ସି ଚିଠି ଲେଖିଛନ୍ତି। ୧୦ ତାରିଖ ଯାଏ ସ୍ୱଳ୍ପ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ରହିବାକୁ ପରାମର୍ଶ ଦିଆଯାଇଛି। ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ସ୍ଥିତି ଉପରେ ନଜର ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।  ସେହିପରି ଘନ କୁହୁଡ଼ି ପଡ଼ିଥିଲେ ପୁଲିସ୍‌ ଓ ପରିବହନ ଅଧିକାରୀଙ୍କ ସହାୟତାରେ ହାଇୱେରେ ଗାଡ଼ି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବର୍ଷା ତଥା କୁହୁଡ଼ିଜନିତ ଅଘଟଣ ଘଟିଲେ ତ୍ୱରିତ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।



from Odisha Reporter https://ift.tt/31Ajvo5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages