ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା ହେଲେ ସଜନୀ ପ୍ରଧାନ। ତାଙ୍କ ସ୍ୱାମୀ ଭରତ ପ୍ରଧାନଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ଘର ବାନ୍ଧବ ଗାଁ ମାଟିଆ ସାହିରେ।
ସ୍ୱାମୀସ୍ତ୍ରୀ ଘରେ ଶୋଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ହାତୀ ଘରର କାନ୍ଥ ଭାଙ୍ଗି ସେମାନଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସଜନୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା।
ଗତ କିଛି ଦିନ ଧରି ହାତୀ ପାଇଁ ସେହି ଅଞ୍ଚଳରେ ଆତଙ୍କ ଦେଖାଦେଇଛି।
from Odisha Reporter https://ift.tt/2UsM4m7
No comments:
Post a Comment