ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ୩ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 26, 2020

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ୩ ମୃତ

ଭବାନୀପାଟଣା (ରାଜକୁମାର ସିଂହଦେଓ): କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ତୁଜୁଙ୍ଗ ରାସ୍ତାର ଫପ୍‌ସି ଛକ ଠାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ତିନି ଜଣଙ୍କ ମତ୍ୟୁ ଘଟିଛି। ଏଥସହ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତକମାନେ ହେଲେ ସନ୍ତୋଷ ଡାକୁଆ, ପ୍ରସନ୍ନ ମାଝୀ ଓ ଆକାଶ ମାଝୀ। ସନ୍ତୋଷଙ୍କ ଘର କଲେଜପଡ଼ାରେ, ପ୍ରସନ୍ନଙ୍କ ଘର ରାଣୀପଟାରେ ଏବଂ ଆକାଶଙ୍କ ଘର ସାଲେପଡ଼ାରେ ବୋଲି ଜଣାପଡ଼ିଛି।

ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଏମାନେ ସମସ୍ତେ ଦୁଇଟି ବାଇକ୍‌ରେ ନିଜ ନିଜ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା। ଘଟଣା ସ୍ଥଳରେ ପ୍ରସନ୍ନଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଅନ୍ୟମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ତେବେ ଡାକ୍ତରଖାନା ନେବା ବାଟରେ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆକାଶଙ୍କ ମୃତ୍ୟୁ ଘଟିଥିଲା। ଆଉ ଜଣେ ଆହତଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।



from Odisha Reporter https://ift.tt/3958i23

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages