ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 3, 2020

ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌

ସମ୍ବଲପୁର(ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ବୁର୍ଲାର କଟାପାଲି ଛକରେ ଟ୍ରକ୍ ଧକ୍କାରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏଥିରେ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ବସ୍‌ ଡ୍ରାଇଭର୍ ଓ ହେଲ୍‌ପର୍ ଅଛନ୍ତି।

ଆଜି ସକାଳେ ବସ୍‌ଟି ଜୟପୁରରୁ ସମ୍ବଲପୁର ଆସୁଥିଲା। ତେବେ କଟାପାଲି ଛକ ନିକଟରେ ଏକ ଟ୍ରକ୍ ଏହାକୁ ପଛ ପଟୁ ଧକ୍କା ଦେଇଥିଲା। ଏହା ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ପରେ ବସ୍‌ଟିକୁ କ୍ରେନ୍ ସାହାଯ୍ୟରେ ଉଠାଯାଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ପୁଲିସ୍ ଜବତ କରିଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛି। ପୁଲିସ୍‌  ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2Uk8KVz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages