ଆହୁରି ଦୁଇ ଦିନ ଥରାଇବ ଶୀତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 11, 2020

ଆହୁରି ଦୁଇ ଦିନ ଥରାଇବ ଶୀତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷା ପରେ ରାଜ୍ୟରେ ଶୀତର ଲହରି ଜାରି ରହିଛି। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏହି ଶୀତର ଲହରି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ସୁଧାକର ମଲ୍ଲିକ କହିଛନ୍ତି,“ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଅସହ୍ୟ ଶୀତ ଲାଗି ରହିବ। କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମ୍ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ଚାରୋଟି ଜିଲ୍ଲାରେ କୋଲ୍ଡ ୱେଭ କଣ୍ଡିସନ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ସୋନପୁର, ବୌଦ୍ଧ ଓ ଅନୁଗୋଳ।”

ଶ୍ରୀ ମଲ୍ଲିକ କହିଛନ୍ତି, “ଏହି ସମୟରେ ଆକାଶ ମେଘମୁକ୍ତ ରହିବ। କେତେକ ସ୍ଥାନରେ କୁହୁଡି ଦେଖାଯିବ। ଧୀରେ ଧୀରେ ଶୀତର ପ୍ରକୋପ କମିବ। ଉଭୟ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇବ। ”

 

 



from Odisha Reporter https://ift.tt/2wdpXGl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages