ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ଅମିତ ଶାହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 28, 2020

ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ଅମିତ ଶାହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ସକାଳେ ଶ୍ରୀଜିଉଙ୍କ ଦର୍ଶନ ସାରି ଭୁବନେଶ୍ୱର ଫେରିଛନ୍ତି। ଏଠାରେ ସେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବା ସହ  ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ୱ ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ଶାହଙ୍କ ଗସ୍ତକୁ ନେଇ ଲିଙ୍ଗରାଜ ମନ୍ଦିର ପରିସରରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ଶାହ ଲିଙ୍ଗରାଜ ମନ୍ଦିରରେ ପହଞ୍ଚିବା ପରେ ଦଳୀୟ କର୍ମୀ ତାଙ୍କୁ ସ୍ୱାଗତ କରିଥିଲେ।

ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଗତକାଲି ପହଞ୍ଚିଥିଲେ । ଗତକାଲି ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୂର୍ବାଞ୍ଚଳ କାଉନସିଲ ବୈଠକରେ ଯୋଗ ଦେଇଥିଲେ। ଏହାପରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ। ପରେ ସେ ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ସିଏଏ ସପକ୍ଷ ସମାବେଶରେ ଯୋଗ ଦେଇଥିଲେ। ଏହା ପରେ ଶାହ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିଥିଲେ।



from Odisha Reporter https://ift.tt/2PyXp0q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages