ଗଛରେ ପିଟି ହୋଇ ଓଲଟି ପଡ଼ିଲା ଅଟୋ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 10, 2020

ଗଛରେ ପିଟି ହୋଇ ଓଲଟି ପଡ଼ିଲା ଅଟୋ

ଚାନ୍ଦବାଲି(ବାସୁଦେବ ଦାସ):  ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ମତୋ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଗତକାଲି ସନ୍ଧ୍ୟାରେ ଏକ ଅଟୋ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ମହେଶ୍ୱର ଦାସ। ତାଙ୍କ ଘର କଣ୍ଡିଆ ସାହି ଗାଁରେ।

ଗତକାଲି ଏକ ଅଟୋରେ ୧୪ ଜଣ ଯାତ୍ରୀ  ମତୋରୁ ମାଧପୁର ଯାଉଥିଲେ। ଏହି ସମୟରେ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହିଁ ମହେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ  ଲୋକେ ଆହତମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଅମରେନ୍ଦ୍ର ଦାସ ନାମକ ବ୍ୟକ୍ତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/31HqgEQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages