୨୪ରେ ଭାରତ ଆସିବେ ଟ୍ରମ୍ପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 10, 2020

୨୪ରେ ଭାରତ ଆସିବେ ଟ୍ରମ୍ପ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପତ୍ନୀ ମେଲାନିଆ ଚଳିତ ମାସ ୨୪ ଓ ୨୫ ତାରିଖରେ ଭାରତ ଆସିବେ। ଏନେଇ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଗସ୍ତବେଳେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିବେ।

ଟ୍ରମ୍ପଙ୍କ ଗସ୍ତ ଦୁଇ ଦେଶ ମଧ୍ୟରେ ସଂପର୍କ ଓ ସହଭାଗିତା ବୃଦ୍ଧିରେ ସହାୟକ ହେବ ବୋଲି କୁହାଯାଇଛି। ଟ୍ରମ୍ପଙ୍କ ଗସ୍ତ ନେଇ ଜାନୁଆରି ୧୬ରେ କୂଟନୈତିକ ଆଲୋଚନା ହୋଇଥିଲା । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଏବଂ ଆମେରିକା ପ୍ରତିପକ୍ଷ ଏନେଇ ଆଲୋଚନା କରିଥିଲେ । ଗତ ସେପ୍ଟେମ୍ବରରେ ଟେକ୍ସାସରେ ହାଓଡ଼ି ମୋଦି ଇଭେଣ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଆମେ।ରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ କରିଥିଲେ।



from Odisha Reporter https://ift.tt/2vZS5fI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages