ଆଜିଠୁ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସ-୨୦୨୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 21, 2020

ଆଜିଠୁ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସ-୨୦୨୦

କଟକ (ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେବ ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍ସ-୨୦୨୦। ଏଥିପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି ହୋଇଛି। କଟକ ଇଣ୍ଡୋର ଷ୍ଟାଡିୟମରେ ଉଦ୍‌ଘାଟନୀ ଉତ୍ସବ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେବେ।
ଭୁବନେଶ୍ୱରର ପଟିଆସ୍ଥିତ ଏକ ବେସରକାରୀ ବିଶ୍ୱବିଦ୍ୟାଳୟ ପରିସରରେ ବିଭିନ୍ନ ପ୍ରତିଯୋଗିତା ହେବାକୁ ଥିବା ବେଳେ କଟକର ଇଣ୍ଡୋର ଷ୍ଟାଡିୟମରେ ମଧ୍ୟ ବିଭିନ୍ନ ପ୍ରତିଯୋଗିତା ହେବ।

ଗତକାଲି ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆର ଡାଇରେକ୍ଟର ଜେନେରାଲ ସନ୍ଦୀପ ପ୍ରଧାନ ଏବଂ ରାଜ୍ୟ କ୍ରୀଡ଼ା ସଚିବ ବିଶାଲ ଦେବ ସମସ୍ତ ସ୍ଥାନ ପରିଦର୍ଶନ କରି ଭିତ୍ତିଭୂମି ତଦାରଖ କରିଛନ୍ତି। ଏହି କ୍ରୀଡ଼ା ମହାକୁମ୍ଭରେ ଦେଶର ୧୫୯ଟି ବିଶ୍ୱବିଦ୍ୟାଳୟର ୪ ହଜାର ‌ଆଥଲେଟ୍‌ ଭାଗ ନେଉଛନ୍ତି। ଏଥିରେ ଦୁଇ ଓଡ଼ିଆ ଦୂତୀ ଚାନ୍ଦ ଓ ଋତୁପର୍ଣ୍ଣା ପଣ୍ଡା ଅଂଶ ଗ୍ରହଣ କରିଛନ୍ତି।



from Odisha Reporter https://ift.tt/2SNRO8z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages