ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ପରିବାର ଲୋକେ ଏନେଇ ଭଣ୍ଡାରିପୋଖରୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ଗତକାଲି ମହିଳା ଜଣଙ୍କ ଜାଗର ପାଇଁ ଗାଁ ନିକଟ ଶିବ ମନ୍ଦିରକୁ ଯାଇଥିଲେ। ରାତି ପ୍ରାୟ ୧୧ଟା ବେଳେ ମନ୍ଦିରରୁ ଫେରୁଥିବା ବେଳେ ଦୁଇ ଜଣ ଅଜଣା ଯୁବକ ତାଙ୍କୁ ଏକ ପରିତ୍ୟକ୍ତ ଘରକୁ ଟେକି ନେଇଥିଲେ। ତା’ପରେ ତାଙ୍କ ମୁହଁରେ କପଡ଼ା ବାନ୍ଧି ଦୁଷ୍କର୍ମ କରିଥିଲେ ଓ ସେଠାରେ ଛାଡ଼ି ପଳାଇ ଯାଇଥିଲେ। ସ୍ଥାନୀୟ ଲୋକେ ମହିଳାଙ୍କ ଚିତ୍କାର ଶୁଣି ଭଣ୍ଡାରିପୋଖରୀ ପୁଲିସକୁ ଖବର ଦେଇଥିଲେ । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା।
ମହିଳାଙ୍କ ପରିବାର ଲୋକଙ୍କ ଏତଲା ଆଧାରରେ ଭଣ୍ଡାରିପୋଖରୀ ପୁଲିସ ଦୁଇ ଜଣ ଅଜଣା ଯୁବକଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/2v6nXPO
No comments:
Post a Comment